ୟସ: ଓଡ଼ିଶାରେ ୬୧୦ କୋଟିର କ୍ଷତି 

  • 02-Jun-2021
  • 0 Comments


ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ଆଲୋଚନା କରାଯାଇଥିଲା l ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଠିକ ଭାବେ ଡକୁମେଣ୍ଟେସନ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା। ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା। ସ୍ବତନ୍ତ୍ର ରିଲିଫ କମିଶନର ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ପ୍ରାୟତଃ ସଫଳ ହୋଇଛି।

ୟସ ଯୋଗୁ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି। ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା। ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ଥିବା ରିଲିଫ କମିଶନର କହିଥିଲେ। ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦୂର କରିବାକୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକମାନଙ୍କୁ ନିୟୋଜିତ କରାଯାଇଛି ।

Related

News